୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ଵର : ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୬ ତାରିଖରେ ଦୁଇଦିନି ଓଡ଼ିଶା ଗସ୍ତରେ ଆସିବେ। ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉତ୍ସବର ଉଦ୍‌ଯାପନୀ ସମାରୋହ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବା ସହିତ ନେତାଜୀ ମ୍ୟୁଜିୟମ ବୁଲି ଯିବାର କାର୍ଯ୍ୟକ୍ରମ ରହିଛି।

ଏହାବ୍ୟତୀତ ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବରେ ଯୋଗଦେବା ଲାଗି ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଏହି ଗ୍ରସ୍ତ ପାଇଁ କଟକ ଓ ଭଦ୍ରକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ଏନେଇ କଟକ ଓ ଭଦ୍ରକ ପ୍ରଶାସନ ପକ୍ଷରୁ ବ୍ଲ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

Back to top button