ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ କିଛିଦିନ ସ୍ଥଗିତ ରଖିବାକୁ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଆଜି ଏହି ଘୋଷଣା କରାଯାଇଛି।

ଖବର ଅନୁଯାୟୀ ଚଳିତମାସ ୮ ତାରିଖରୁ ପ୍ରାଥମିକ ସ୍କୁଲ ଶିକ୍ଷକ-ଶିକ୍ଷୟିତ୍ରୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ଦୀର୍ଘ ୧୦ ଦିନ ଧରି ଚାଲିଥିବା ଆନ୍ଦୋଳନକୁ ସୋମବାର ଆଜି ସ୍ଥଗିତ ରଖାଯାଇଛି। ସେମାନଙ୍କ ଦାବି ମଧ୍ୟରେ ରହିଛି ଗ୍ରେଡ୍‌ ପେ’ ବୃଦ୍ଧି, ପ୍ରାଥମିକ ଶିକ୍ଷାରେ ଠିକା ଶିକ୍ଷକ ନିଯୁକ୍ତି ଉଚ୍ଛେଦ ଓ ୨୦୧୭ରୁ ପୁରୁଣା ପେନସନ ଲାଗୁ କରାଯାଉ। ଏଥିସହିତ ୨୦୨୦ ମାର୍ଚ ୧ ତାରିଖରୁ ବନ୍ଦ ଥିବା ଇନକ୍ରିମେଣ୍ଟ ପ୍ରଦାନ, ଗଣଶିକ୍ଷକମାନଙ୍କୁ ନିୟମିତ କରିବା, ଓଆରଏସ୍‌ପି-୨୦୧୭ର ବକେୟା ୫୦ ପ୍ରତିଶତ ପ୍ରଦାନ ଓ ନିୟମିତ ଶିକ୍ଷକ ଭଳି ଅନ୍ୟାନ୍ୟ ସୁବିଧା ସୁଯୋଗ ଦେବାକୁ ସେମାନେ ଦାବି କରିଛନ୍ତି।

Leave a Reply

Your email address will not be published. Required fields are marked *

Back to top button