ପୁଣି ଲଘୁଚାପ : ପ୍ରବଳ ବର୍ଷିବ

ଭୁବନେଶ୍ୱର : ପଶ୍ଚିମବଙ୍ଗର ଗାଙ୍ଗେୟ ତ୍ରିକୋଣଭୂମି ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମବଙ୍ଗ ଓ ତତସଂଲଗ୍ନ ଉତ୍ତର-ଓଡ଼ିଶା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିଲୋମିଟର ଯାଏଁ ବ୍ୟାପିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୋମବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟରେ ଚାଲିଥିବା ବର୍ଷା ଆଉ କିଛିଦିନ ଜାରି ରହିବ। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ମୟୁରଭଞ୍ଜ ଓ ବାଲେଶ୍ୱରର କିଛି ଅଂଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ଢେଙ୍କାନାଳ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button