ପୁଣି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଆଣ୍ଡାମାନ ସାଗରରେ ଆସନ୍ତା ୧୦ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଆଡକୁ ଆସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ବୁଧବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି। କାଶିନଗର, ପାଲଲହଡ଼ା ଓ ବେତନଟୀରେ ହୋଇଛି ଅଧିକ ବର୍ଷା। ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏହା ଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button