Breaking Newsରାଜ୍ୟ

ପୁଣି ଶୀତର ପ୍ରକୋପ ବଢିବ

ଭୁବନେଶ୍ୱର : ଆସନ୍ତା ଦୁଇଦିନ ମଧ୍ୟରେ ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢିବ। ଆଭ୍ୟନ୍ତରୀଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪ରୁ ୬ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବାର ସମ୍ଭାବନା ରହିଛି। ଏହି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଓଡ଼ିଶାକୁ ଉତ୍ତରା ଥଣ୍ଡା ଓ ଶୁଷ୍କ ପବନର ପ୍ରବାହ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି। ତେଣୁ ଅଧିକ ଥଣ୍ଡା ଅନୁଭୂତ ହେବ। ଏବେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି। ଦୁଇଦିନ ମଧ୍ୟରେ ଏହା ସ୍ୱାଭାବିକ ଠାରୁ ତଳକୁ ଖସିବ। କେତେକ ସ୍ଥାନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମ୍‌ ପାରେ।

ସେହିପରି ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।

Back to top button