୨୮ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆସନ୍ତା ୨୮ ତାରିଖରୁ କରାଯିବ। ଏବେ ଭକ୍ତଙ୍କ ପ୍ରବଳ ସମାଗମ ହେଉଛି। କାର୍ତ୍ତିକ ପୂର୍ଣ୍ଣମୀ ପରଦିନଠାରୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବ। ଏଏସ୍ଆଇ ସହିତ ଏ ସମ୍ପର୍କରେ ଆଲୋଚନା ହୋଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ।
ସେ କହିଛନ୍ତି ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ଲେଜର ସ୍କାନିଂ କରାଯିବ। ତା’ପରେ କେଉଁ ସ୍ଥାନରେ ଫାଟ ଓ କ’ଣ ସମସ୍ୟା ରହିଛି ତାହା ଜଣାପଡ଼ିବ। ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ। ଲେଜର ସ୍କାନିଂ ମେସିନ ଏଏସ୍ଆଇ ପାଖରେ ପହଞ୍ଚି ସାରିଛି। ଏଥିପାଇଁ ଯାହା ସହଯୋଗ ଆବଶ୍ୟକ ପଡ଼ିବ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।