ପୁରୀରେ କଂଗ୍ରେସର ପଦଯାତ୍ରା : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଦାବିପତ୍ର ପ୍ରଦାନ

ପୁରୀ: ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ପୁରୀ ବଡ଼ଦାଣ୍ଡରେ ପଦଯାତ୍ରା କରିଛି କଂଗ୍ରେସ।

ଖବର ଅନୁଯାୟୀ ଆଜି ଗୁଣ୍ଡିଚା ମନ୍ଦିରଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଏକ ବିଶାଳ ଜନସମାବେଶର ଆୟୋଜନ କରାଯାଇଥିଲା ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ତାରା ବାହୀନିପତି ଓ ପୁରୀ ଜିଲ୍ଲା କଂଗ୍ରେସ ସଭାପତିଙ୍କ ସମେତ ଶତାଧିକ ଦଳୀୟ କର୍ମୀ ସାମିଲ ହୋଇଥିଲେ। କଂଗ୍ରେସ ନେତୃବୃନ୍ଦ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିବା ବେଳେ ଆଗାମୀ ୨୮ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ପୁଣି ଅନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button