ରବିବାରରୁ ପାଞ୍ଚଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର,ବରଗଡ଼, ବୌଦ୍ଧ, କଳାହାଣ୍ଡି ଓ କେନ୍ଦ୍ରାପଡ଼ା ରହିଛି।

ଶନିବାର ପାଣିପାଗ ବିଭାଗ ଦେଇଥିବା ସୂଚନା ଅନୁଯାୟୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରବିବାରଠାରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ। ସେଥିପାଇଁ ୧୦ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।