ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ

ଭୁବ‌ନେଶ୍ଵର : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆସନ୍ତା ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସିବେ। ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ।

ଶ୍ରୀ ପାଣିଗ୍ରାହୀ କହିଛନ୍ତି ଓଡ଼ିଶାର ୫ ଜଣ ବିଧାୟକ ନୂଆଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କୁ ଭେଟି ଓଡ଼ିଶା ଗସ୍ତ ନେଇ ଆଲୋଚନା କରିଛନ୍ତି। ଏହି ସମୟରେ ରାଜ୍ୟ କଂଗ୍ରେସ ସଙ୍ଗଠନ ନେଇ ବିସ୍ତୃତ ଆଲୋଚନା ହୋଇଥିବା ବେଳେ ରାଜ୍ୟ କଂଗ୍ରେସ ୪ଟି ଜୋନରେ ବୈଠକ କରିବାକୁ ପ୍ରସ୍ତାବ ଦେଇଛି। ଅକ୍ଟୋବର ଶେଷ ସପ୍ତାହରେ ରାହୁଲ ଓଡ଼ିଶା ଆସିବାକୁ ସହମତି ପ୍ରକାଶ କରିଛନ୍ତି। ତେବେ ପିସିସି ସଭାପତିଙ୍କ ସହ ଆଲୋଚନା ପରେ ଚୂଡାନ୍ତ ତାରିଖ ପ୍ରସ୍ତୁତ ହେବ।

Leave a Reply

Your email address will not be published. Required fields are marked *

Back to top button