ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ : ୫ ଦିନ ବର୍ଷିବ

ଭୁବନେଶ୍ଵର : ବଙ୍ଗୋପସାଗରର ଉତ୍ତର-ଓଡ଼ିଶା ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଖବର ଅନୁଯାୟୀ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ହେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button