୧୨ରେ ଘୂର୍ଣ୍ଣିବଳୟ : ୩ ଦିନ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ପୁଣିଥରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ ତାରଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ରେ ପ୍ରବଳ ବର୍ଷା ହେବ କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button