ତିନିଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ଵର : ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରର ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ଦୁଇଦିନ ଧରି ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ସେହିପରି ପରବର୍ତ୍ତୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଣିପାଗ ବିଭାଗ ସୂଚନା ଦେଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତାକାଲି ସକାଳ ୮.୩୦ ସୁଦ୍ଧା କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୨ ତାରିଖରେ ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ରାୟଗଡ଼ ଓ ଜଗତପତି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୩ ତାରିଖରେ ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଦେବଗଡ଼, ସମ୍ୱଲପୁର, ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

























