ଲଘୁଚାପ ଘନୀଭୂତ : ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ ଦେଇ ଅତିକ୍ରମ କରିବ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରିହବାକୁ ଜିଲ୍ଲାପାଳମାନଙ୍କୁ ସ୍ଵତନ୍ତ୍ର ରିଲିଫ କମିସନର ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷା ଯୋଗୁଁ ରାସ୍ତା, ବ୍ରିଜ ଓ ନିଷିଦ୍ଧାଞ୍ଚଳରେ ଯାନବାହନ ଭିଡ ରହିଲେ ପୋଲିସ ଓ ସ୍ଥାନୀୟ ଅଧିକାରୀ ନଜର ରଖିବାକୁ କୁହାଯାଇଛି। କୌଣସି ସ୍ଥାନରେ ଘର ଭାଙ୍ଗିଲେ, ପୀଡିତ ପରିବାରକୁ ପଲିଥିନ ଉପଲବ୍ଧ କରାଯିବା ସହିତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ ଓ ରାସ୍ତାଉପରେ ଗଛ ପଡ଼ିଥିଲେ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯଥାଶୀଘ୍ର ଯାତାୟତ ସ୍ଵାଭାବିକ କରିବାକୁ ପରାମର୍ଶ ଦିଆଯାଇଛି।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗିରରେ ଅତି ଭୀଷଣ ବର୍ଷା ପାଇଁ ରେଡ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, ନୂଆପଡା, ବରଗଡ, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହାଛଡା ଉପକୂଳ ଓଡ଼ିଶାର ପୁରୀ, ଖେର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ଦେବଗଡ, ଝାରସୁଗୁଡା, ଗଜପତି, ରାୟଗଡା, ଢେଙ୍କାନାଳ ଓ କୋରାପୁଟ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

ସେହିପରି ଆସନ୍ତାକାଲି କଳହାଣ୍ଡି, ନୂଆପଡା, ବଲାଙ୍ଗିର, ବରଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ। ୧୭ ଓ ୧୮ ତାରିଖରେ ବର୍ଷାର ପରିମାଣ କମିବା ସହିତ ପୁଣି ୧୯ ତାରିଖରୁ ବର୍ଷା ବଢିବ ବୋଲି ପୂର୍ବନୁମାନ କରାଯାଇଛି। ଏହାବ୍ୟତୀତ ବର୍ଷା ସମୟରେ ଦକ୍ଷିଣ ଓଡ଼ିଶାରେ ନଦୀ ଫୁଲିବା ସହିତ କିଛି ସ୍ଥାନରେ ଭୂସ୍ଖଳନ ହେବା ନେଇ ସତର୍କତା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button