ଲଘୁଚାପ ସୃଷ୍ଟି ହେଲା : ତିନିଦିନ ବର୍ଷିବ

ଭୁବନେଶ୍ଵର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଖବର ଅନୁଯାୟୀ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଆଗାମୀ ୨୪ ଘଣ୍ଟା ଭିତରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏହାଛଡା ୨୦ ତାରିଖରେ କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗିର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତ ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

୨୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଦେବଗଡ଼ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ନବରଙ୍ଗପୁର, ନୂଆପଡ଼ା. ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button