୩୦ରେ ଲଘୁଚାପ : ବର୍ଷା ଲାଗି ରହିବ

ଭୁବନେଶ୍ଵର : ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୩୦ ତାରିଖ ସୁଦ୍ଧା ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରାଜ୍ୟରେ ଆଗାମୀ ତିନିଚାରିଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି କୁହାଯାଇଛି।

ଖବର ଅନୁଯାୟୀ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବ। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ୱଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, କଟକ,କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନୁଅପକ୍ଷରେ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ହେବାରେ ଲାଗିଛି। ୨୫ ତାରିଖ ବେଳକୁ ପଶ୍ଚିମ ରାଜସ୍ଥାନ ଓ ଆଖପାଖ ଅଞ୍ଚଳରୁ ମୌସୁମୀ ଅପସାରଣ ହେବାର ଆଶଙ୍କା ରହିଥିବା ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button