ଲଘୁଚାପ କ୍ଷେତ୍ର ସୃଷ୍ଟି : ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ !

ଭୁବନେଶ୍ଵର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ସୁଦୃଶ୍ୟ ଲଘୁଚାପର ରୂପ ନେବ। ଲଘୁଚାପ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଶୁକ୍ରବାର ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ବର୍ଷିବ। ଶନିବାର ଭୁବନେଶ୍ଵର ଓ କଟକର ପାଗ ବଦଳିବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

Back to top button