ଲଘୁଚାପ : ୫ ଦିନ ବର୍ଷିବ

ଭୁବନେଶ୍ଵର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ‌କ୍ଷେତ୍ର ଆଜି ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ ପାଣିପାଗ ବିଭାଗ ସୂଚନା ଦେଇଛି। ପୂର୍ବନୁମାନ

ଖବର ଅନୁଯାୟୀ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ରାଜ୍ୟର କିଛି ଜିଲ୍ଲାରେ ଆଜିଠାରୁ ବର୍ଷା ଆରମ୍ଭ ହେବା ସହିତ ୫ଦିନ ପର୍ଯ୍ୟନ୍ତ ଲାଗି ରହିବ। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୁଆପଡ଼ା, ନୟାଗଡ଼ ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଅକ୍ଟେବର ୧ରୁ ୪ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଢ଼େଙ୍କାନାଳ, କଟକ, ବାଲେଶ୍ଵର, ବଲାଙ୍ଗୀର, ବରଗଡ଼, ସୋନପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଅନୁଗୁଳ ଓ ଦେଓଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ତଳିଆ ଅଞ୍ଚଳରେ ପାଣି ଜମିବା ଓ ମାଟି ଘର ଭାଙ୍ଗିବାର ଆଶଙ୍କା ରହିଛି। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button