୨୧ରେ ବଙ୍ଗୋପସାଗରରେ ଲଘୁଚାପ !

ଭୁବନେଶ୍ୱର : ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଓ ତା’ର ପାଶ୍ୱର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୧ ତିରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି।

ଖବର ଅନୁଯାୟୀ ପାଣିପାଗ ବିଭାଗ କହିଛି ଦକ୍ଷିଣ ପୂର୍ବ ଆରବ ସାଗର ଓ ଏହାର ସଂଲଗ୍ନ ଲାକ୍ଷାଦ୍ୱୀପ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୧ ତାରିଖ ବେଳକୁ କେନ୍ଦ୍ରୀୟ ଆରବ ସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଆସନ୍ତା ଦୁଇଦିନ ମଧ୍ୟରେ ସମ୍ଭାବ୍ୟ ଲଘୁଚାପର ଚିତ୍ର ଓ ପ୍ରଭାବ ସ୍ପଷ୍ଟ ହେବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button