୧୪ରେ ଲଘୁଚାପ : ୧୮ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ଵର : ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି। ଏହା ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତିକରି ୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତ ବା ଡିପ୍ରେସନରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି।

ଖବର ଅନୁଯାୟୀ ଶନିବାର ବୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଲଘୁଚାପ ପ୍ରଭାବରେ ୧୫ ଓ ୧୬ ତାରିଖରେ ଦକ୍ଷିଣ-ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ସେହିପରି ୧୭ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବର୍ଷିବ ବୋଲି ପୂର୍ବନୁମାନ କରାଯାଇଛି। ୧୮ରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା ପୁରୀ ଜିଲ୍ଲାର କେତେକ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାଛଡା କନ୍ଧମାଳ, ବୌଦ୍ଧ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଦିଆ ଯାଇଛି।

Leave a Reply

Your email address will not be published. Required fields are marked *

Back to top button