ବାତ୍ୟା ପ୍ରଭାବ : ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର : ସାମୁଦ୍ରିକ ବାତ୍ୟା ‘ମିଗ୍‌ଜୋର’ପ୍ରଭାବରେ ଓଡ଼ିଶାରେ କେତେକ ଜିଲ୍ଲାରେ ଆସନ୍ତାକାଲି ଓ ବୁଧବାର ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପବନର ବେଗ ରହିବ ଘଣ୍ଟା ପ୍ରତି ୯୦ରୁ ୧୦୦ କିମି। ୧୧୦ ବେଗରେ ବୋହିବ ଝଟକା ପବନ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ପୁରୀ, କଳାହାଣ୍ଡି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ଜିଲାରେ ମଧ୍ୟ ବର୍ଷା ହୋଇପାରେ ବୋଲି କୁହାଯାଇଛି। ସେହିପରି ବୁଧବାର ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button