୧୮ରେ ଲଘୁଚାପ : ୨୧ରୁ ବର୍ଷିବ

ଭୁବନେଶ୍ୱର : ଚଳିତମାସ ୧୮ ତାରିଖରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହିତ ସେହିଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପୂର୍ବନୁମାନ କରାଯାଇଛି।

ପାଣିପାଗ ବିଶେଷଜ୍ଞଙ୍କ ମତ ଜୁଲାଇ ୨୦ ତାରିଖ ସୁଦ୍ଧା ଲଘୁଚାପ ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ଜୁଲାଇ ୨୧ ରୁ ୨୩ ତାରିଖ ମଧ୍ୟରେ ଉତ୍ତର-ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button