୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଓଡିଶା ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେେଇଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।

ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ରାୟଗଡ଼ା, ଗଜପତି, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button