୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର : ୨୫ରୁ ବର୍ଷିବ

ଭୁବନେଶ୍ଵର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି।

ପାଣିପାଗ ବିଭାଗର ଅନୁଯାୟୀ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ ତାରିଖ ବେଳକୁ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିପାରେ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button