ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସମୁଦ୍ରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୃଷ୍ଟି ଆଜି ଦୁର୍ବଳ ହୋଇଛି। କିନ୍ତୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଖବର ଅନୁଯାୟୀ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର କହିଛି ଗୁରୁବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ। ଏହି ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button