ରାଜ୍ୟ ଯୁବକଲ୍ୟାଣ ପରିଷଦ ପକ୍ଷରୁ ବିଜୁ ଜୟନ୍ତୀ ପାଳିତ

ଭୁବନେଶ୍ୱର : ମହାନ ଜନନାୟକ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମଦିବସ ରାଜ୍ୟ ଯୁବ କଲ୍ୟାଣ ପରିଷଦ ଦ୍ୱାରା ପାଳିତ ହୋଇଯାଇଛି।

ୟୁନିଟ୍‌-୩ ସ୍ଥିତ ବିଜୁ ପଟ୍ଟନାୟକ ଯୁବ କଲ୍ୟାଣ ଭବନରେ ଆୟୋଜିତ ଉତ୍ସବରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବିଜୟ କୁମାର ନାୟକ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ବିଜୁ ପଟ୍ଟନାୟକଙ୍କ ପ୍ରତିକୃତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ତଥା ରାଜ୍ୟ ଯୁବକଲ୍ୟାଣ ପରିଷଦର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ପ୍ରବାଦ ପୁରୁଷଙ୍କ ସ୍ମୃତିଚାରଣ କରିଥିଲେ।

Leave a Reply

Your email address will not be published. Required fields are marked *

Back to top button