ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଯୋଗୁଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ କୋଣସି ସ୍ଥାନରେ ପ୍ରବଳ ବର୍ଷା ହେବାର ସୂଚନା ନଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ବୁଧବାର ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଆସନ୍ତାକାଲି (ଗୁରୁବାର) ସକାଳ ସାଢ଼େ ୮ଟାରୁ ସେପ୍ଟେମ୍ବର ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉଭୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହିତ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ପୁର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button