ରାଜ୍ୟରେ ୧୨୮୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୫ କ୍ୱାରେଣ୍ଟାଇନ୍‌ ଓ ୫୨୭ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ଏହି ସୂଚନା ଦେଇଛି।

ଶୁକ୍ରବାର ତଥ୍ୟ ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୯୨ ଓ କଳାହାଣ୍ଡିରୁ ୧୦୮, ବରଗଡ଼ ୮୪, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୮୨ ଜଣ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡା ଅନୁଗୋଳ ଜିଲ୍ଲାରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ଭଦ୍ରକରୁ ୨୪, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ଜଣେ, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ଝାରସୁଗୁଡ଼ାରୁ ୩୬, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୬, କୋରାପୁଟରୁ ୮, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୨୭, ନୟାଗଡ଼ରୁ ୧୦, ପୁରୀରୁ ୨୮, ରାୟଗଡ଼ାରୁ ୧୫ ଓ ସୋନପୁରରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬,୮୦୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୮,୩୯୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ଏବେ ୫,୯୪୧ ଜଣ ଚିକିତ୍ସାଧୀନ ଅଛନ୍ତି। ଗଞ୍ଜାମ ଜିଲ୍ଲାରୁ ଆଉ ଜଣଙ୍କର ମୃତ୍ୟୁ ଘଟିଥିବାରୁ ରାଜ୍ୟରେ ଏହି ସଂଖ୍ୟା ୧୯୨୪ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *

Back to top button