ରାଜ୍ୟରେ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ୧୩୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ଟ୍ୱିଟ୍ କରି ଏହି ସୂଚନା ଦେଇଛି। କରୋନାରେ ବଲାଙ୍ଗୀର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୨୬କୁ ବୃଦ୍ଧି ପାଇଛି।

ଶନିବାର ତଥ୍ୟ ଅନୁଯାୟୀ ଚିହ୍ନଟ ୧୩୭୪ ଜଣଙ୍କ ମଧ୍ୟରୁ ୮୧୨ କ୍ୱାରେଣ୍ଟାଇନ୍‌ ଓ ୫୬୨ଟି ଲୋକାଲ୍ କେସ୍‌। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫୫ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୩ ଓ ନୂଆପଡ଼ା ଜିଲ୍ଲାରୁ ୧୩୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୩୩ ଜଣ, ବାଲେଶ୍ୱରରୁ ୧୭, ବରଗଡ଼ରୁ ୫୯, ଭଦ୍ରକରୁ ୩୦, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୨, କଟକରୁ ୫୧, ଦେବଗଡ଼ରୁ ୮, ଢେଙ୍କାନାଳ ୫, ଗଜପତିରୁ ୮, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୯, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୫୨, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୨୪, କୋରାପୁଟରୁ ୮, ମୟୂରଭଞ୍ଜରୁ ୨୬, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୧୩, ପୁରୀରୁ ୪୪, ରାୟଗଡ଼ାରୁ ୪୭, ସମ୍ବଲପୁରରୁ ୭୭ ଓ ସୋନପୁରରୁ ୪ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button