ରାଜ୍ୟରେ ୪୪୪୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଆଜି ଚିହ୍ନଟ ହୋଇଛନ୍ତି ୪୪୪୫ ଜଣ ନୂଆ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୨୫୭୪ ଜଣ କ୍ୱାରେଣ୍ଟାଇନ୍‌ ଓ ୧୮୭୧ଟି ଲୋକାଲ୍ କେସ୍‌ ରହିଛି। ୪ ଜଣଙ୍କର ମୃତ୍ୟୁ ଘଟିଛି।

ସୋମବାର ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୫୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୪୩୭, କଳାହାଣ୍ଡିରୁ ୨୭୩, କଟକରୁ ୨୫୧, ସମ୍ବଲପୁରରୁ ୨୪୧, ଝାରସୁଗୁଡ଼ାରୁ ୨୩୧ ଓ ପୁରୀରୁ ୨୧୯, ଅନୁଗୋଳରୁ ୮୭, ବାଲେଶ୍ୱରରୁ ୧୨୩, ବରଗଡ଼ରୁ ୧୭୮, ଭଦ୍ରକରୁ ୪୩, ବଲାଙ୍ଗିରରୁ ୧୬୮, ବୌଦ୍ଧରୁ ୨୧, ଦେବଗଡ଼ରୁ ୩୫, ଢେଙ୍କାନାଳରୁ ୨୦, ଗଜପତିରୁ ୧୦, ଗଞ୍ଜାମରୁ ୬୨, ଜଗତସିଂହପୁରରୁ ୩୩, ଯାଜପୁରରୁ ୫୮, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୩୫, କେନ୍ଦୁଝରରୁ ୭୫, କୋରାପୁଟରୁ ୨୧, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୨୭, ନୟାଗଡ଼ରୁ ୫୦, ରାୟଗଡ଼ାରୁ ୫୩ ଓ ସୋନପୁର ଜିଲ୍ଲାରୁ ୨୨ ଓ ଷ୍ଟେଟ୍‌ ପୁଲ୍‌ରୁ ୧୨୫ ଜଣ ଚିହ୍ନଟ ହୋଇଛନ୍ତି।

ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨,୭୦୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୪୬,୧୩୪ ଜଣ ସୁସ୍ଥ ହୋଇଥିବା ବେଳେ ୨୪,୫୬୮ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୪ ଜଣଙ୍କ ମୃତ୍ୟୁ ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୮ରେ ପହଞ୍ଚିଛି। ୪ଟି ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ୨ଟି ଥିବାବେଳେ ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର ଜଣେ ଲେଖାଏଁ ରହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button