ରାଜ୍ୟରେ ଆଜି ୮୦୧୫ କରୋନା ଆକ୍ରାନ୍ତ ଚିହ୍ନଟ, ୧୪ ମୃତ

ଭୁବନେଶ୍ଵର : ରାଜ୍ୟରେ ଆଜି ୮୦୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ସଂଗରୋଧରୁ ୪୫୬୮ ଓ ସ୍ଥାନୀୟ ସଂକ୍ରମିତ ୩୪୪୭ ରହିଛି। ଏହାଛଡା ୧୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଭଦ୍ରକ ୧, ବଲାଙ୍ଗୀର ୧, ବୌଦ୍ଧ ୧, ଦେବଗଡ଼ ୧, ଗଞ୍ଜାମ ୧, ଜଗତସିଂହପୁର ୧, କେନ୍ଦୁଝର ୨ , ଖୋର୍ଦ୍ଧା ୧, ରାୟଗଡ଼ା ୪, ସୁନ୍ଦରଗଡ ୧ ରହିଛନ୍ତି।

ରବିବାର ସୂଚନା ଓ ଲୋକ ସମ୍ପର୍କ ବିଭାଗର ତଥ୍ୟ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ୭୫୩, ଅନୁଗୁଳ ୫୨୫,
କଟକରୁ ୪୮୨, ବାଲେଶ୍ୱରରୁ ୧୦୦, ବରଗଡ ୩୯୦, ଭଦ୍ରକ ୧୪୫, ବଲାଙ୍ଗୀର ୧୯୮, ବୌଦ୍ଧ ୧୦୩, ଦେବଗଡ ୧୦୧, ଢେଙ୍କାନାଳ ୮୬, ଗଜପତି ୧୨୦, ଗଞ୍ଜାମ ୧୬୯, ଜଗତସିଂହପୁର ୧୪୯, ଯାଜପୁର ୧୯୪, ଝାରସୁଗୁଡା ୩୮୬, କଳାହାଣ୍ଡି ୧୭୪, କନ୍ଧମାଳ ୬୧, କେନ୍ଦ୍ରାପଡା ୭୦, କେନ୍ଦୁଝର ୭୫, କୋରାପୁଟ ୧୨୭, ମାଲକାନଗିରି ୩୬, ମୟୂରଭଞ୍ଜରୁ ୧୯୯, ନବରଙ୍ଗପୁରରୁ ୩୨୦, ନୟାଗଡ଼ରୁ ୧୮୭, ନୂଆପଡ଼ାରୁ ୨୬୪, ପୁରୀରୁ ୩୦୬, ରାୟଗଡ଼ାରୁ ୧୫୪, ସମ୍ବଲପୁରରୁ ୪୪୧, ସୋନପୁରରୁ ୨୦୭ ଓ ଷ୍ଟେଟ ପୁଲରୁ ୨୩୬ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

Back to top button