ରାଜ୍ୟରେ ଆଜି ୮୯୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୫୦୮୧ ଜଣ କ୍ଵାରେଣ୍ଟାଇନ୍‌ ଓ ୩୮୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ସେହିପରି ଆଜି ୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୩ ଜଣ ଓ ଖୋର୍ଦ୍ଧାରୁ ୨ ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି।

ସୋମବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୫୯୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୋଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ ୨୭୮, ଗଞ୍ଜାମରୁ ୨୬୨, କଳାହାଣ୍ଡିରୁ ୨୩୬, ଯାଜପୁରରୁ ୨୩୨, ରି ନୟାଗଡ଼ ୧୯୪, ବାଲେଶ୍ୱରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫, ରାୟଗଡ଼ାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡ଼ାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡ଼ରୁ ୧୦୩, ମାଲକାନଗିରିରୁ ୭୩ ଓ କନ୍ଧମାଳରୁ ୬୨ ଓ ଷ୍ଟେଟ୍ ପୁଲ୍‌ରୁ ୨୫୫ ଜଣ ଚିହ୍ନଟ ହୋଇଛନ୍ତି।

ଆଜିର ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୧ ହଜାର ୫୩୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୯୭ ହଜାର ୫୭୫ ଜଣ ସୁସ୍ଥ ହୋଇସାରିଛନ୍ତି। ୭୧,୮୩୫ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Leave a Reply

Your email address will not be published. Required fields are marked *

Back to top button