ରାଜ୍ୟରେ ଆଜି ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ, ୧୪ ମୃତ

ଭୁବନେଶ୍ୱର : ରାଜ୍ୟରେ ଆଜି ୯୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୨ କ୍ଵାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୪୧୪ ଜଣ ସ୍ଥାନୀୟ ଅଞ୍ଚଳର। ଫଳରେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୫ ହଜାର ୯୮୬ରେ ପହଞ୍ଚିଛି। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେହିପରି ଆଜି କରୋନା ୧୪ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୪୮୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪ ଜଣ, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ବରଗଡ଼, ବାଲେଶ୍ଵର, କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି।

ଗୁରୁବାର ତଥ୍ୟ ଅନୁଯାୟୀ ଅନୁଗୁଳ ଜିଲ୍ଲାରୁ ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ଜିଲ୍ଲାରୁ ୪୩ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୨୬ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୮୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳୁ ୨୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୫ ଜଣ, ଜଗତ୍‌ସିଂହପୁରରୁ ୫୪ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୪୨ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୪୪ ଜଣ, କେନ୍ଦୁଝରରୁ ୪୯ ଜଣ, ଖେ‌ାର୍ଦ୍ଧାରୁ ୧୧୨ ଜଣ, କୋରାପୁଟରୁ ୧୪ ଜଣ, ମାଲକାନଗିରିରୁ ୬ ଜଣ, ମୟୂରଭଞ୍ଜରୁ ୫୭ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୂଆପଡ଼ାରୁ ୩୮ ଜଣ, ପୁରୀରୁ ୩୨ ଜଣ, ରାୟଗଡ଼ାରୁ ୧୬ ଜଣ, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି।

ମତାମତ ଦିଅନ୍ତୁ ।