ରାଜ୍ୟରେ ଆଜି ଚିହ୍ନଟ ହେଲେ ୪୨୪୨ କରୋନା ଆକ୍ରାନ୍ତ, ୯ ମୃତ

ଭୁବନେଶ୍ୱର : ରାଜ୍ୟରେ ଆଜି ୪୨୪୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୫୦୩ ଜଣ କ୍ଵାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୭୩୯ ଜଣ ସ୍ଥାନୀୟ ଅଞ୍ଚଳର। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ୧୨୨କୁ ବୃଦ୍ଧି ପାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେହିପରି କରୋନାରେ ଆଜି ୯ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ କେନ୍ଦୁଝର ଜିଲ୍ଲାର ୨ ଜଣ ଥିବା ବେଳେ ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ବାଲେଶ୍ୱର, ମୟୂରଭଞ୍ଜ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏ ରହିଛନ୍ତି।

ସୋମବାର ମିଳିଥିବା ୩୦ ଜିଲ୍ଲାର ତଥ୍ୟ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ଅନୁଗୁଳ ୧୩୦, ବାଲେଶ୍ଵର ୧୫୫, ବରଗଡ ୧୧୪, ଭଦ୍ରକ ୧୧୪, ବଲାଙ୍ଗୀରି ୬୮, ବୋଦ୍ଧ ୪୫, କଟକ ୫୯୫, ଦେବଗଡ ୧୦, ଢେଙ୍କାନାଳ ୭୧, ଗଜପତି ୨୭, ଗଞ୍ଜାମ ୫୭, ଜଗତସିଂହପୁର ୧୭୬, ଯାଜପୁର ୧୩୧, ଝାରସୁଗୁଡା ୨୦୫, କଳାହାଣ୍ଡି ୪୦, କନ୍ଧମାଳ ୧୫୩, କେନ୍ଦ୍ରାପଡ଼ା ୧୫୫, କେନ୍ଦୁଝର ୬୨, କୋରାପୁଟ ୯୦, ମାଲକାନଗିରି ୬୯, ମୟୂରଭଞ୍ଜ ୧୭୧, ନବରଙ୍ଗପୁର ୫୪, ନୟାଗଡ ୫୩, ନୂଆପଡା ୫୮, ପୁରୀ ୨୮୨, ରାୟଗଡ଼ା ୧୩୪, ସମ୍ବଲପୁର ୧୧୩, ସୁବର୍ଣ୍ଣପୁରରୁ ୧୯ ଓ ସୁନ୍ଦରଗଡ ଜିଲ୍ଲାରୁ ୧୩୩ ଜଣ ଏବଂ ଷ୍ଟେଟ ପୁଲରୁ ୨୦୬ ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି।

ମତାମତ ଦିଅନ୍ତୁ ।