ରାଜ୍ୟରେ ଚିହ୍ନଟ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବଢି ବଢି ଚାଲିଛି। ଗତ ୨୪ ଘଣ୍ଟାରେ ୪୭୬୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୭୮୫ ଜଣ କ୍ୱାରେଣ୍ଟାଇନ୍‌ ଓ ୧୯୭୬ଟି ଲୋକାଲ୍ କେସ୍ ରହିଛି। ଏହାଛଡା ୫ ଜଣଙ୍କ ମୁଣ୍ଡ ନେଇଛି କରୋନା।

ମଙ୍ଗଳବାର ସୂଚନା ଓ ଲୋକ ସମ୍ପର୍କ ବିଭାଗର ତଥ୍ୟ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୫୩୪, ବଲାଙ୍ଗିର ୩୨୨, ଝାରସୁଗୁଡ଼ାରୁ ୨୩୪, ବରଗଡ଼ରୁ ୧୯୮, ପୁରୀରୁ ୧୯୩, ସମ୍ବଲପୁରରୁ ୧୮୩, କଟକରୁ ୧୭୬, କଳାହାଣ୍ଡିରୁ ୧୬୭, ନବରଙ୍ଗପୁରରୁ ୧୫୪, ନ୍ଦୁଝରରୁ ୧୦୩, ଅନୁଗୋଳ ୮୧, ବାଲେଶ୍ୱରରୁ ୮୪, ଭଦ୍ରକ ୬୩, ବୌଦ୍ଧରୁ ୨୩, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୬, ଗଜପତିରୁ ୩୧, ଗଞ୍ଜାମରୁ ୪୯, ଜଗତସିଂହପୁରରୁ ୨୨, ଯାଜପୁରରୁ ୮୬, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୫୦, କୋରାପୁଟରୁ ୩୧, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୮୬, ନୟାଗଡ଼ରୁ ୬୩, ରାୟଗଡ଼ାରୁ ୬୦ ଓ ସୋନପୁରରୁ ୪୭ ଓ ଷ୍ଟେଟ୍ ପୁଲରୁ ୬୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୭୭,୪୬୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୪୭,୬୩୭ ଜଣ ସୁସ୍ଥ ହୋଇସାରିଛନ୍ତି। ୨୭,୮୨୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୫ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୫୩ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ନୂଆପଡ଼ା ଜିଲ୍ଲାର ୩ ଜଣ, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାର ଜଣେ ଲେଖାଏଁ ରହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button