ରାଜ୍ୟରେ ଚିହ୍ନଟ ହେଲେ ୬୨୧୫ କରୋନା ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ପ୍ରଭାବ ବିସ୍ତାର କରୁଛି। ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ୬୨୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣଙ୍କ ଜୀବନ ଯାଇଛି। ଚିହ୍ନଟ ନୂଆ ପଜିଟିଭଙ୍କ ମଧ୍ୟରୁ ୩୬୦୪ କ୍ୱାରେଣ୍ଟିନ ଓ ୨୬୧୧ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି।

ଶୁକ୍ରବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦେଇଥିବା ତଥ୍ୟ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ୯୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧୭୩, ବାଲେଶ୍ୱରରୁ ୭୯, ବରଗଡ଼ରୁ ୨୬୮, ଭଦ୍ରକରୁ ୮୬, ବଲାଙ୍ଗିରରୁ ¸ବୌଦ୍ଧରୁ ୨୦, କଟକରୁ ୩୮୩, ଦେବଗଡ଼ରୁ ୩୩, ଢେଙ୍କାନାଳରୁ ୧୬, ଗଜପତିରୁ ୪୭, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୮୫, ଝାରସୁଗୁଡ଼ାରୁ ୨୬୧, କଳାହାଣ୍ଡିରୁ ୬୮୨, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୪୧, କେନ୍ଦୁଝରରୁ ୧୫୭, କୋରାପୁଟରୁ ୫୮, ମାଲକାନଗିରିରୁ ୨୧, ମୟୂରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୨୫୭, ନୟାଗଡ଼ରୁ ୮୨, ନୂଆପଡ଼ାରୁ ୪୪୬, ପୁରୀରୁ ୩୦୬, ରାୟଗଡ଼ାରୁ ୭୦, ସମ୍ବଲପୁରରୁ ୨୬୩, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୮୪ ଓ ଷ୍ଟେଟପୁଲରୁ ୧୯୩ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୩,୯୪,୬୯୪ରେ ପହଞ୍ଚିଛି। ଆକ୍ଟିଭ କେସ୍‌ ୩୯,୧୧୭ ଥିବାବେଳେ ୩,୫୩,୫୫୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାରୁ ୨ ଲେଖାଏ ରହିଥିବା ଖୋର୍ଦ୍ଧା, ବାଲେଶ୍ୱର, ବରଗଡ଼ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏ ରହିଛନ୍ତି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭୩ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *

Back to top button