ରାଜ୍ୟରେ ମେ’ ୫ରୁ ୧୯ ପର୍ଯ୍ୟନ୍ତ ଲକ୍‌ ଡାଉନ୍

0

ଭୁବନେଶ୍ୱର : ରାଜ୍ୟରେ କାରୋନା ସଂକ୍ରମଣ କ୍ରମାଗତ ବୃଦ୍ଧି ପାଉଥିବାରୁ ଏହାକୁ ରୋକିବାକୁ କଠୋର ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ଓଡିଶାରେ ମେ’ ୫ରୁ ୧୯ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।

ରବିବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କରାଯାଇଥିବା ଘୋଷଣା ଅନୁଯାୟୀ ଆସନ୍ତା ୫ ତାରିଖ ବୁଧବାର ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିବ। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ। ସ୍ୱାସ୍ଥ୍ୟ ସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ। ଲକଡାଉନ ଅବଧି ମଧ୍ୟରେ ପୂର୍ବପରି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ। କଟକଣା ସମୟରେ ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ। ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ।

ଏହି ସମୟରେ ଜରୁରୀ ସେବାକୁ ଛାଡିଦେଲେ ସବୁ ବନ୍ଦ ରହିବ। ଜରୁରୀ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଦୋକାନ ବଜାର ଓ ପ୍ରତିଷ୍ଠାନ ବନ୍ଦ ରହିବ। ତେବେ କଟକଣା ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂହୋମ୍, ମେଡିସିନ୍ ଷ୍ଟୋର ଖୋଲା ରହିବ। ରେଳ ଓ ବିମାନ ସେବା ଜାରି ରହିବ। ଲକଡାଉନ୍ ପାଇଁ ପୋଲିସ ପକ୍ଷରୁ ଚେକିଂ ବ୍ୟବସ୍ଥା ହୋଇଛି। ଅମାନିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ। ଟ୍ଵିନସିଟିରେ ପାଟ୍ରୋଲିଂ ଆହୁରି କଡାକଡି ଭାବେ ପାଳନ ହେବ।

Leave A Reply

Your email address will not be published.