ପୂର୍ବତନ ବିଧାୟକ ରାମ ମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ଵର : ଗୁଣୁପୁରର ପୂର୍ବତନ ବିଧାୟକ ରାମ ମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ। ପତ୍ନୀ ହତ୍ୟା ଅଭିଯୋଗରେ ସ୍ୱତନ୍ତ୍ର ଏଡିଜେ -୩ ଏମ ଏଲ ଏ ଏମପି କୋର୍ଟ ଏହି ରାୟ ଦେଇଛନ୍ତି।

ଖବର ଅନୁଯାୟୀ ଭୁବନେଶ୍ୱର ଆଜି କୋର୍ଟରେ ଅଭିଯୁକ୍ତ ହାଜର ହେବା ପରେ ଦଣ୍ଡ ବିଧାନର ଶୁଣାଣି ହୋଇଥିଲା। ହତ୍ୟାକାଣ୍ଡ ଓ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ପୂର୍ବରୁ ପୂର୍ବତନ ବିଧାୟକ ରାମ ମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଥିଲେ।

ରାମ ମୂର୍ତ୍ତି ଗମାଙ୍ଗଙ୍କୁ ଦଫା ୩୦୨ ପାଇଁ ଆଜୀବନ କାରାଦଣ୍ଡ ଆଦେଶ ସହ ୫୦ ହଜାର ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ ୧ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏହାଛଡ଼ା ଦଫା ୨୦୧ ପ୍ରମାଣ ନଷ୍ଟ ପାଇଁ ୧୦ ହଜାର ଟଙ୍କା ଜରିମାନା ଅନାଦେୟ କ୍ଷେତ୍ରରେ କୋର୍ଟ ୬ ମାସ ଜେଲ ଦଣ୍ଡ ଶୁଣାଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button