କୁମାରପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ : ୬ଟି ରାଶି ପାଇଁ ଶୁଭ

ଚଳିତମାସ ୨୮ ତାରିଖ କୁମାରପୂର୍ଣ୍ଣିମାରେ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ। ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତି ୧ ଘଣ୍ଟା ୪ ମିନିଟ ୫୫ ସେକେଣ୍ଡ। ସର୍ବମୋକ୍ଷ ରାତି ୨ଟା ୨୪ ମିନିଟ୍ ୨ ସେକେଣ୍ଡ। ଗ୍ରହଣର ଅବଧି ୧ ଘଣ୍ଟା ୧୯ ମିନିଟ୍‌ ୭ ସେକେଣ୍ଡ। ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍‌ ୫୫ ସେକେଣ୍ଡଠାରୁ ରାତି ୨ଟା ୨୪ ମିନିଟ୍‌ ୨ ସେକେଣ୍ଡ ପର୍ଯ୍ୟନ୍ତ ପାକ ତ୍ୟାଗ, ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ।

ଅନ୍ୟପକ୍ଷରେ ଶ୍ରୀମନ୍ଦିରରେ ଗ୍ରହଣ ସ୍ପର୍ଶ ହେବା ମାତ୍ରେ ନୀତିକାନ୍ତି ଆରମ୍ଭ ହୋଇଥାଏ। ଏହା ଶ୍ରୀମନ୍ଦିରର ସ୍ଵତନ୍ତ୍ରତା। ସେହିଦିନ ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରିଥାନ୍ତି। ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ, ଅଙ୍ଗିରା, ଭୃଗୁ ଓ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି। ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ। ଗ୍ରହଣ ସ୍ପର୍ଶ ସମୟରୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ନାନ, ଗ୍ରହଣ ଖଇକୋରା ଭୋଗ ନୀତି ସମ୍ପନ୍ନ ହେବ।

ଜ୍ୟୋତିର୍ବିଦମାନଙ୍କ ମତ ଚନ୍ଦ୍ରଗ୍ରହଣ ୬ଟି ରାଶି ପାଇଁ ଶୁଭ ଓ ୬ଟି ରାଶି ପାଇଁ ଅଶୁଭ ଫଳଦାୟକ ହୋଇଥାଏ। ମେଷ, ବୃଷ, କର୍କଟ, ସିଂହ, କନ୍ୟା, ତୁଳା ପାଇଁ ଅଶୁଭ ଥିବାବେଳେ ମିଥୁନ, ବିଛା, ଧନୁ, ମକର, କୁମ୍ଭ ଓ ମୀନ ପାଇଁ ଶୁଭ ଫଳଦାୟକ।

Leave a Reply

Your email address will not be published. Required fields are marked *

Back to top button