ଫେରିଲା ‘କାଳିଆ’ ଯୋଜନା : ବକେୟା ପ୍ରାପ୍ୟ ପାଇବେ ଚାଷୀ

ଭୁବନେଶ୍ଵର : ରାଜ୍ୟ ସରକାର ଆଜି ଓଡ଼ିଶାର ୫୩ ଲକ୍ଷ ଚାଷୀଙ୍କୁ ୧୨ ଶହ କୋଟି ଟଙ୍କା ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତରଣ (ଡିବିଟି) ଜରିଆରେ ବାଣ୍ଟିଛନ୍ତି। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏହି ଅର୍ଥ ସିଧାସଳଖ ଦିଆଯାଇଛି । ଏନେଇ ସରକାରୀ ସ୍ତରରେ ସବୁପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଥିଲା । ଚାଷୀମାନେ ତାଙ୍କର ବକେୟା ପ୍ରାପ୍ୟ ପାଇବେ ବୋଲି କୃଷି ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ ରାଜ୍ୟରେ ୫୩ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ଚାଷୀ ଅଯୋଗ୍ୟ ନେଇ ପୂର୍ବରୁ ଅଭିଯୋଗ ରହିଥିଲା । ଏହାକୁ ଯାଞ୍ଚ କରାଯିବା ପରେ ପ୍ରାୟ ୪୯ ହଜାର ଚାଷୀ ବାଦ୍ ପଡ଼ିଛନ୍ତି। ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଟଙ୍କା ହସ୍ତାନ୍ତର କରିଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *

Back to top button