୩ ଲାଇନ ହେବ ନିର୍ଗୁଣ୍ଡି-ବାରଙ୍ଗ ଓ ଖୋର୍ଦ୍ଧା ରୋଡ୍-ବିଜୟନଗରମ୍ ରେଳପଥ

ନୂଆଦିଲ୍ଲୀ : ରେଳ ମନ୍ତ୍ରଣାଳୟର ୩୨,୫୦୦ କୋଟି ଟଙ୍କାର ୭ଟି ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଅନୁମୋଦନ କରିଛି। ଏଥିପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଅନୁଦାନ ଯୋଗାଇ ଦେବେ। ଭାରତୀୟ ରେଳବାଇର ବ୍ୟସ୍ତବହୁଳ ସେକ୍ସନଗୁଡିକରେ ଅତି ଆବଶ୍ୟକ ଭିତ୍ତିଭୂମି ବିକାଶ ଓ ପରିଚାଳନାକୁ ସହଜ କରିବ।

ଖବର ଅନୁଯାୟୀ ଉତ୍ତରପ୍ରଦେଶ, ବିହାର, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ଗୁଜରାଟ, ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ୩୫ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବ। ଏହି ପ୍ରକଳ୍ପଗୁଡ଼ିକ ଭାରତୀୟ ରେଳର ବର୍ତ୍ତମାନର ନେଟୱର୍କକୁ ୨୩୩୯ କିଲୋମିଟର ବୃଦ୍ଧି କରିବ। ରାଜ୍ୟବାସୀଙ୍କୁ ୭.୦୬ କୋଟି ମାନବ ଦିବସର ନିଯୁକ୍ତି ପ୍ରଦାନ କରିବ। ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି ଗୋରଖପୁର-କ୍ୟାଣ୍ଟ-ବାଲ୍ମିକୀ ନଗର ବର୍ତ୍ତମାନର ଲାଇନର ଦୋହରୀକରଣ। ସୋନ ନଗର-ଅଣ୍ଡାଲ ମଲ୍ଟି ଟ୍ରାକିଂ ପ୍ରକଳ୍ପ ରେଳଧାରଣାର ସଂଖ୍ୟା ବୃଦ୍ଧି। ନିର୍ଗୁଣ୍ଡି-ବାରଙ୍ଗ ଓ ଖୋର୍ଦ୍ଧା ରୋଡ୍-ବିଜୟନଗରମ୍ ୩ ଲାଇନ ବିଶିଷ୍ଟ କରିବା। ମୁଦଖେଡ଼-ମେଦଚାଲ ଓ ମହବୁବନଗର-ଧୋନେ ବର୍ତ୍ତମାନର ଲାଇନର ଦୋହରୀକରଣ। ୫. ଗୁଣ୍ଟୁର-ବିବିନଗର ବର୍ତ୍ତମାନର ଲାଇନର ଦୋହରୀକରଣ। ଚୋପାନ-ଚୁନୁର ବର୍ତ୍ତମାନର ଲାଇନର ଦୋହରୀକରଣ। ସମାଖିଆଲି-ଗାନ୍ଧୀଧା ଚାରି ଲାଇନ୍‌ ନିର୍ମାଣ।

ଖାଦ୍ୟଶସ୍ୟ, ସାର, କୋଇଲା, ସିମେଣ୍ଟ, ଫ୍ଲାଇ-ଆଶ, ଲୁହା ଓ ପ୍ରସ୍ତୁତ ଇସ୍ପାତ, କ୍ଲିଙ୍କର, ଅଶୋଧିତ ତୈଳ, ଚୁନା ପଥର, ଖାଇବା ତେଲ ଇତ୍ୟାଦି ବିଭିନ୍ନ ସାମଗ୍ରୀ ପରିବହନ ପାଇଁ ଏଗୁଡ଼ିକ ଅତ୍ୟାବଶ୍ୟକ ମାର୍ଗ। କ୍ଷମତା ବୃଦ୍ଧି କାର୍ଯ୍ୟ ଫଳରେ ୨୦୦ ଏମଟିପିଏ (ବାର୍ଷିକ ନିୟୁତ ଟନ୍) ପରିମାଣର ଅତିରିକ୍ତ ମାଲ ପରିବହନ ହେବ। ରେଳବାଇ ପରିବେଶ ଅନୁକୂଳ ଓ ଶକ୍ତି ଦକ୍ଷ ପରିବହନ ମାଧ୍ୟମ ହୋଇଥିବାରୁ ଏହା ଉଭୟ ଜଳବାୟୁ ଲକ୍ଷ୍ୟ ହାସଲ ଏବଂ ଦେଶର ଲଜିଷ୍ଟିକ୍ ଖର୍ଚ୍ଚ ହ୍ରାସ କରିବାରେ ସହାୟକ ହେବ।
ଏହି ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀଙ୍କ ନୂଆ ଭାରତର ସଂକଳ୍ପ ଅନୁଯାୟୀ ଯାହା ଏହି ଅଞ୍ଚଳରେ ବହୁମୁଖୀ କାର୍ଯ୍ୟ କରୁଥିବା ଶ୍ରମଶକ୍ତି ସୃଷ୍ଟି କରି ଏହି ଅଞ୍ଚଳର ଲୋକଙ୍କୁ “ଆତ୍ମନିର୍ଭରଶୀଳ” କରିବ ଏବଂ ସେମାନଙ୍କ ନିଯୁକ୍ତି/ ସ୍ୱରୋଜଗାର ସୁଯୋଗ ବୃଦ୍ଧି କରିବ।

Leave a Reply

Your email address will not be published. Required fields are marked *

Back to top button