ସକାଳୁଆ ସ୍କୁଲ ଟାଇମ୍ ବଦଳିଲା

0

ଭୁବନେଶ୍ଵର : ଏଣିକି ନବମ ଓ ଏକାଦଶ ଶ୍ରେଣୀର ପିଲାଙ୍କ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ହେବ। ସେହିପରି ଦଶମ ଓ ଦ୍ଵାଦଶ ପିଲାଙ୍କ ପାଇଁ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ ଖୋଲାରହିବ। ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଏହି ସୂଚନା ଦେଇଛି। ପୂର୍ବରୁ ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ନେଇ ନିଷ୍ପତ୍ତି ହୋଇଥିଲା। ରାଜ୍ୟ ସରକାର ଏହାକୁ ପରିବର୍ତ୍ତନ କରିଛନ୍ତି।

ଫେବୃଆରୀ ମାସରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ରାଜ୍ୟର ଅନେକ ସହରରେ ତାପମାତ୍ର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଶୁକ୍ରବାର ଚିଠି ଲେଖିଥିଲେ।

Leave A Reply

Your email address will not be published.