ସାମ୍ବାଦିକଙ୍କୁ କୋଭିଡ୍ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର : ମୁଖ୍ୟ ନବୀନ ପଟ୍ଟନାୟକ ଆଜି ସାମ୍ବାଦିକଙ୍କୁ କୋଭିଡ୍ ଯୋଦ୍ଧା ଭାବେ ଘୋଷଣା କରିଛନ୍ତି। ଏହାଦ୍ୱାରା ୬୯୪୪ ଜଣ ସାମ୍ବାଦିକ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗର ଫାଇଦା ପାଇବେ।

ସାମ୍ବାଦିକମାନଙ୍କୁ କୋଭିଡ୍ ଯୋଦ୍ଧା ଭାବେ ଘୋଷଣା କରିବାକୁ ଦୀର୍ଘଦିନ ହେବ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ କହିଛନ୍ତି ଏଭଳି ପରିସ୍ଥିତିରେ ସାମ୍ବାଦିକମାନେ ନିଜର କର୍ତ୍ତବ୍ୟ ସୁଚାର ରୂପେ ସମ୍ପାଦନ କରୁଛନ୍ତି। ଲୋକଙ୍କୁ ସଚେତନ କରି କୋଭିଡ୍ ବିରୋଧରେ ଲଢୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ୬୯୪୪ ସାମ୍ବାଦିକ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଉପକୃତ ହେବେ। ସେମାନଙ୍କୁ ୨ ଲକ୍ଷ ଟଙ୍କାର ବୀମା ସୁବିଧା ମିଳିବ। ଯଦି କୋଭିଡ୍ ଯୁଦ୍ଧରେ କେହି ପ୍ରାଣ ହରାଇଲେ ତେବେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହୟତା ରାଶି ପ୍ରଦାନ କରାଯିବ।

Leave A Reply

Your email address will not be published.