ସନ୍ଧ୍ୟା ସୁଦ୍ଧା ଟିକା ନ ଆସିଲେ ଶନିବାରରୁ ଟିକାକରଣ ବନ୍ଦ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ଵର : ଆଜି ସନ୍ଧ୍ୟା ସୁଦ୍ଧା ଟିକା ନ ଆସିଲେ ଶନିବାରରୁ ରାଜାରେ ଟିକାକରଣ ବନ୍ଦ ହେବ। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ।

ଗୁରୁବାର ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ସଂକ୍ରମଣ ବୃଦ୍ଧି ପାଉଥିବା ରାଜ୍ୟରୁ ଓଡ଼ିଶା ଆସୁଥିବା ଲୋକମାନଙ୍କର ଆରଟିପିସିଆର୍ ଟେଷ୍ଟିଂ କରାଯିବ। ସେମାନେ ୭ ଦିନ ସଙ୍ଗରୋଧରେ ରହିବେ। ପଶ୍ଚିମବଙ୍ଗ ଫେରନ୍ତାଙ୍କର ମଧ୍ୟ ପରୀକ୍ଷା ହେବ। ସଂକ୍ରମଣ ବଢ଼ୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆସରିଛି।

ସେ କହିଲେ ରାଜ୍ୟରେ ଟିକାକରଣ ଲାଗି ଦିନକୁ ୨.୫ ଲକ୍ଷ ଟିକା ଦରକାର। ଓଡ଼ିଶାରେ ମାତ୍ର ୦.୫ ଟିକା ନଷ୍ଟ ହୋଇଛି। ୧୦ ଦିନ ପାଇଁ ଆମକୁ ୧୫ ଲକ୍ଷ ଟିକା ଯୋଗାଇ ଦେବାକୁ କେନ୍ଦ୍ରକୁ ଚିଠି ଲେଖାଯାଇଥିଲେ ହେଁ ଏ ଯାଏ ଆସିନାହିଁ। ଯଦି ଆଜି ସନ୍ଧ୍ୟା ସୁଦ୍ଧା ନ ଆସେ ତେବେ ଶନିବାରରୁ ଟିକାକରଣ ବନ୍ଦ ହେବ। ଆଜି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଭିତରେ ଆଲୋଚନା ହେବାର ରହିଛି। ତେଣୁ ଆଶା କରୁଛି ମୁଖ୍ୟମନ୍ତ୍ରୀ ଟିକା ଦେବା ପାଇଁ ଦାବି କରିବେ।

Leave a Reply

Your email address will not be published. Required fields are marked *

Back to top button