ସଙ୍ଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କ ପରଲୋକ

ଭୁବନେଶ୍ୱର : ଓଡ଼ିଆ ଫିଲ୍ମର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କର କଟକ ବାସଭବନରେ ହୃଦଘାତ ଯୋଗୁ ପରଲୋକ ହୋଇଯାଇଛି। ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଜୋହୟ ଜଲାଲ ଆଦେନୀ ଥିଲେ ଜଣେ ପ୍ରୟୋଜକ, ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର, ଅଭିନେତା ଓ ଚଳଚ୍ଚିତ୍ର ନିର୍ଦ୍ଦେଶକ। ସେ ‘ଅନୁତାପ’ ସହ ଅନେକ ଓଡ଼ିଆ ହିଟ୍ ଫିଲ୍ମର ସଙ୍ଗୀତ ନିର୍ଦ୍ଦେଶକ ଥିଲେ। ନିଦ ଭରା ରାତି ମଧୁଝରା ପ୍ରୀତି, ନୁପୁର କାହିଁକି ଆଜି ବାନ୍ଧିଲି, ମୁଁ ତୁମକୁ ଭଲ ପାଏ, ରୁଷିଛି ଅଭିମାନିତୀ ଭଳି ଅନେକ ଲୋକପ୍ରିୟ ଗୀତର ସେ ସଂଗୀତ ନିର୍ଦ୍ଦେଶକ ଥିଲେ। ଏହାଛଡା ୧୯୭୬ ମସିହାର ‘ହୀରା ମୋତି ମାଣିକ’ ଫିଲ୍ମର ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ।

Leave a Reply

Your email address will not be published. Required fields are marked *

Back to top button