ଶନିବାର ବନ୍ଦ ରହିବ ଅଦାଲତ

କଟକ : ଶନିବାର ଦିନ ଉଚ୍ଚ ନ୍ୟାୟାଳୟ ଓ ଏହାର କାର୍ଯ୍ୟାଳୟ ବନ୍ଦ ରହିବ। ଏ ନେଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାନୁଆରି ୨୯ରେ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ବିଜ୍ଞପ୍ତି ଆଧାରରେ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଶନିବାର ଉଚ୍ଚ ନ୍ୟାୟାଳୟ ବନ୍ଦ ରହିବ।

ସେହିପରି କାର୍ଯ୍ୟଦିବସ ଥିବା ସବୁ ଶନିବାର ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବ୍ୟୁନାଲ ଓ ଏ ସଂପର୍କିତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button