ଶନିବାର ପ୍ରକାଶ ପାଇବ ଯୁକ୍ତ-୨ କଳା ପରୀକ୍ଷା ଫଳ

ଭୁବନେଶ୍ଵର : ଆସନ୍ତା ସେପ୍ଟେମ୍ବର ୫ ତାରିଖ ଶନିବାର ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଏହି ସୂଚନା ଦେଇଛନ୍ତି। କୋଭିଡ୍‌ କଟକଣା ଯୋଗୁଁ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଥିଲା। ତେବେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଚଳିତ ବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଓ ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ମତାମତ ଦିଅନ୍ତୁ ।