ଗିରଫ ହେବେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ !

ନୂଆଦିଲ୍ଲୀ : ୟୁ.ପି. ଲଖୀମପୁର ମାମଲାରେ ଖୁବ୍ ଶୀଘ୍ର ଗିରଫ ହୋଇପାରନ୍ତି କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା । ତାଙ୍କ ନାଁରେ ସମନ ଇସ୍ୟୁ କରିଛି ପୋଲିସ । ଆଜି ପୋଲିସ ନିକଟରେ ହାଜର ହେବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଆଶିଷଙ୍କ ପତ୍ତା ମିଳୁନଥିବା ବେଳେ ତାଙ୍କ ଘର ଆଗରେ ନୋଟିସ ଲଗାଯାଇଛି । ଆଶିଷ ମିଶ୍ରା ଆନ୍ଦୋଳନରତ ଚାଷୀଙ୍କ ଉପରେ ଗାଡ଼ି ଚଢ଼ାଇ ଦେଇଥିବା ଅଭିଯୋଗ ରହିଛି ।

ଏ ନେଇ ଆଶିଷ ମିଶ୍ରଙ୍କ ବିରୋଧରେ ହତ୍ୟା ମାମଲାରେ ରୁଜୁ ହୋଇଛି । ଉତ୍ତରପ୍ରଦେଶ ପୁଲିସ ଆଇଜି ଲକ୍ଷ୍ମୀ ସିଂ କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଖୋଜା ଚାଲିଛି। ଖୁବ୍ ଶୀଘ୍ର ତାଙ୍କୁ ଗିରଫ କରାଯିବ। ଏଥି ସହିତ ଖେରୀ ହିଂସା ଘଟଣାରେ ଆଶିଷ ମିଶ୍ରାଙ୍କ ୨ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଲଖୀମପୁର ଖେରୀ ହିଂସାରେ ୪ ଜଣ ଚାଷୀଙ୍କ ସମେତ ମୋଟ୍ ୮ ଜଣଙ୍କର ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *

Back to top button