ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟ ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ମିଳିବ

ଭୁବନେଶ୍ଵର : ଘରୋଇ ତଥା ଅଣଅନୁଦାନ ଓଡ଼ିଆ ମାଧ୍ୟମ ସ୍କୁଲପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ମିଳିବ। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ପିଲା ପାଠ୍ୟପୁସ୍ତକ ପାଇବେ। ୨୦୨୪-୨୫ ଶିକ୍ଷା ବର୍ଷରୁ ଏହି ଯୋଜନା ଲାଗୁ ହେବ। ଏହାଦ୍ୱାରା ୩୬୨୦ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ପିଲା ଉପକୃତ ହେବେ। ଏଥିପାଇଁ ବାର୍ଷିକ ୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ ହେବ।

ଖବର ଅନୁଯାୟୀ ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି। ଆଗାମୀ ଶିକ୍ଷାବର୍ଷରୁ ଯୋଜନା କାର୍ଯ୍ୟକାରୀ କରାଯିବ। ରାଜ୍ୟ ସରକାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦେବେ।

ଘରୋଇ ଓଡିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ପ୍ରତିପାଦନ କରିଆସୁଛନ୍ତି। ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜୁରାଟ ଆଦି ରାଜ୍ୟମାନଙ୍କରେ ଥିବା ଓଡିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଆସୁଛନ୍ତି।

Leave a Reply

Your email address will not be published. Required fields are marked *

Back to top button