ସିବିଏସସି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ

0

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ସିବିଏସସି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ପାଇଁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମୀକ୍ଷା ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରୀୟାଲ।

ବୁଧବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରୀୟାଲ କହିଛନ୍ତି ଦଶମ ପିଲାଙ୍କୁ କେଉଁ ଆଧାରରେ ମାର୍କ ଦିଆଯିବ ବୋର୍ଡ ସେନେଇ ନିଷ୍ପତ୍ତ ନେବ। ମାର୍କରେ ସନ୍ତୁଷ୍ଟ ନହେଲେ ଛାତ୍ରଛାତ୍ରୀ ପୁଣିଥରେ ପରୀକ୍ଷା ଦେଇପାରିବେ। ସେହିପରି ବର୍ତ୍ତମାନ ପାଇଁ ସିବିଏସସି ଯୁକ୍ତ ୨ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି। ଜୁନ ୧ରେ ବୈଠକ ବସିବା ପରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.