ସ୍କୁଲ୍ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର : ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’। କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ଲିଖିତ ଏହି କାଳଜୟୀ କୃତୀକୁ ନବମ ଓ ଦଶମ ଶ୍ରେଣୀରେ ଛାତ୍ରଛାତ୍ରୀମାନେ ପଢ଼ିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆଜି ଏ ସଂକ୍ରାନ୍ତୀୟ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ସରକାର ନିକଟରେ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ କରୋନା ମହାମାରୀ ସମୟରେ ସାରା ରାଜ୍ୟ ତଥା ସାରା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ। ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ଜାତୀୟତାର ଭାବକୁ ସୁଦୃଢ଼ କରିବା ସହିତ ଓଡ଼ିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ମତାମତ ଦିଅନ୍ତୁ ।